ଉଚ୍ଚସ୍ତରୀୟ ବୈଠକରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର – ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି । ବୈଠକରେ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା ହୋଇଛି । ଏଥିରେ ଭିସି ଜରିଆରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳ, ସ୍ୱତନ୍ତ୍ର ରିଲିଫ କମିଶନର ଓ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିଶମ, ଓଡ୍ରାଫ ଓ ଏନଡିଆରଏଫକୁ ମଧ୍ୟ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ତଳିଆ ଅଂଚଳ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଉପକୂଳ ଜିଲ୍ଲାଗୁଡିକ ସହ ନୟାଗଡ ଓ ମୟୂରଭଞ୍ଜ ଜିଲ୍ଲାକୁ ମଧ୍ୟ ବାତ୍ୟା ପାଇଁ ଆଲର୍ଟ ରହିବାକୁ କୁହାଯାଇଛି ।

Comments are closed.