ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର –ଗଭୀର ଅବପାତରେ ପରିଣତ ହୋଇଥିବା ବାତ୍ୟା ଜୱାଦ ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ଲାଗି ରହିଛି । ପବନର ବେଗ କମ୍ ରହିଥିବା ବେଳେ ବର୍ଷା ଲାଗି ରହିଛି । ତେବେ ଆଜି ପାଇଁ ରାଜ୍ୟର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର । ଏସବୁ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେନ୍ଦ୍‌ୁଝର, ଅନୁଗୁଳ,ଢେଙ୍କାନାଳ, କଟକ, ଯାଜପୁର,ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

Comments are closed.