ଜୱାଦ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆଜି ଆସିବ କେନ୍ଦ୍ରୀୟ ଦଳ | News Room Odisha

ଜୱାଦ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆଜି ଆସିବ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର- ବାତ୍ୟା ଜୱାଦ ଯୋଗୁଁ ହୋଇଥିବା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆଜି କେନ୍ଦ୍ରୀୟ ଟିମ୍ ଓଡିଶା ଆସିବେ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ୱରେ ୬ ଜଣିଆ ପ୍ରତିନିଧି ଦଳ ଓଡିଶା ଗସ୍ତରେ କ୍ଷୟକ୍ଷତି ଅନୁଧ୍ୟାନ କରିବେ । କେନ୍ଦ୍ରୀୟ ଟିମରେ କୃଷି, ଶକ୍ତି, ଅର୍ଥ, ଜାତୀୟ ରାଜପଥ ଓ ସଡକ ପରିବହନ, ମତ୍ସ୍ୟ ଓ ଗ୍ରାମ୍ୟ ଉନ୍ନୟନ ଭଳି ୬ଟି ବିଭାଗର ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି । କେନ୍ଦ୍ରୀୟ ଦଳ ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବେ । ୬ ଜଣିଆ ଟିମ୍ ୩ଟି ଦଳରେ ବିଭକ୍ତ ହୋଇ ଉପରୋକ୍ତ ଜିଲ୍ଲା ବୁଲିବେ । ଗୋଟିଏ ଟିମ୍ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିବେ । କ୍ଷୟକ୍ଷତି ଅନୁଧ୍ୟାନ କରି ୭ ଦିନ ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ରିପୋର୍ଟ ପ୍ରଦାନ କରିବ ଟିମ୍ ।