ଗଞ୍ଜାମ ଜିଲ୍ଲା ଗସ୍ତ ନେଇ ବହୁତ ଉତ୍ସାହିତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବହୁ ପ୍ରତିକ୍ଷୀତ ଗଞ୍ଜାମ ଜିଲ୍ଲାକୁ ଆଜି ଦିନିକିଆ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଗସ୍ତକୁ ନେଇ ସେ ଖୁବ୍ ଉତ୍ସାହିତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ଗଞ୍ଜାମବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ପ୍ରିୟ ଜିଲ୍ଲାବାସୀଙ୍କୁ ଭେଟିବା ଏବଂ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ନେଇ ସେ ବହୁତ ଉତ୍ସାହିତ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Comments are closed.