ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଂଟନ ସହ ବିକାଶର ପେଡି ଭେଟିଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି କଟକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆଜି ସକାଳ ୧୦ଟା ୪୫ ମିନିଟରେ ବାଲିଯାତ୍ରା ପଡିଆରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ସ୍ମାର୍ଟ କାର୍ଡ ବଂଟନ ସହ ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, ପାନୀୟ ଜଳଯୋଗାଣ, ସହରାଚଂଳ ବିକାଶ ସହ ଜଳସଂପଦ ଓ ମହିଳା ଓ ଶିଶୁ କଲ୍ୟାଣ ପାଇଁ ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

କଟକ ପରେ ଆଜି ଖୋର୍ଦ୍ଧା ଜିଲ୍ଲାରେ ବି ବିଏସକେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ଟା ୪୦ ମିନିଟରେ ମୁଖ୍ୟମନ୍ତ୍ରୀ ବେଗୁନିଆ ସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ସେଠାରେ ସେ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ଜିଲ୍ଲା ପାଇଁ ୯୮୭ କୋଟି ୯୭ ଲକ୍ଷ ଟଙ୍କାର ୫୩୨ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

Comments are closed.