ପଠାଣି ସାମନ୍ତ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ପଠାଣି ସାମନ୍ତ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ମହାନ ଜ୍ୟୋତିର୍ବିଦ ତଥା ପଣ୍ଡିତ ପଠାଣି ସାମନ୍ତଙ୍କ ଆଜି ହେଉଛି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଠାଣି ସାମନ୍ତଙ୍କ ରଚିତ ଅମୂଲ୍ୟ ଗ୍ରନ୍ଥ ‘ସିଦ୍ଧାନ୍ତ ଦର୍ପଣ’ ଜ୍ୟୋତିର୍ବିଜ୍ଞାନ କ୍ଷେତ୍ରରେ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ । ମହାକାଶ ବିଜ୍ଞାନ କ୍ଷେତ୍ରରେ ତାଙ୍କର ଗବେଷଣା ଓ ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ।