କାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ- ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । କାଲି ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥି ଥିବାରୁ ଶ୍ରୀଜିଉଙ୍କ ବନକଲାଗି ନୀତି ହେବ । ଏଥିପାଇଁ କାଲି ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଏକ ଗୁପ୍ତ ନୀତି । ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । କେବଳ ସେବାୟତଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଏ ।

Comments are closed.