ରାଜ୍ୟରେ ଆଉ ୧୭୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୮ ଓ ସ୍ଥାନୀୟ ଅଂଚଳରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୨୬ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୧୫, କଟକରୁ ୧୨, ଯାଜପୁରରୁ ୯, ଦେବଗଡରୁ ୬, ଢେଙ୍କାନାଳରୁ ୪, ରାୟଗଡାରୁ ୪, ବାଲେଶ୍ୱରରୁ ୩, ଗଜପତିରୁ ୩, କଳାହାଣ୍ଡିରୁ ୩, ଭଦ୍ରକରୁ ୨, ଅନୁଗୁଳରୁ ୧, ବୌଦ୍ଧରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କେନ୍ଦ୍ରାପଡାରୁ ୧, ମୟୂରଭଞ୍ଜରୁ ୧, ପୁରୀରୁ ୧ ଓ ସମ୍ବଲପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ଟି ଜିଲ୍ଲାରୁ କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ ଷ୍ଟେଟ ପୁଲରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଏ ଯାଏଁ ୧୦ ଲକ୍ଷ ୫୨ ହଜାର ୩୧୮ ଜଣ କୋରୋନା ସଂକ୍ରମିତ ହୋଇସାରିଛନ୍ତି । ଏଥିମଧ୍ୟରୁ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪୧ ହଜାର ୮୩୬ । ୧ ହଜାର ୯୮୯ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।

Comments are closed.