ଆଜିଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା’, ଅପହଂଚ ଅଂଚଳକୁ ହେଲିକପଟରରେ ଯିବେ ଡାକ୍ତରୀ ଦଳ, ଏୟାରଲିଫ୍ଟ ହେବେ ଗୁରୁତର ରୋଗୀ

ଭୁବନେଶ୍ୱର- ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇଁ ରାଜ୍ୟ ସରକାରଙ୍କ ଆଉ ଏକ ମହତ୍ତ୍ୱାକାଂକ୍ଷୀ ଯୋଜନା ଆଜିଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି । ଆଜିଠାରୁ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା’ । ଆଜି ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ଅପହଂଚ ଅଂଚଳରେ ଡାକ୍ତରୀ ଦଳକୁ ହେଲିକପଟର ପହଂଚାଇବ । ମୁଖ୍ୟ ଡାକ୍ତରଖାନାକୁ ଗୁରୁତର ରୋଗୀଙ୍କୁ ଏୟାରଲିଫ୍ଟ କରାଯିବ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବ ଏହି ଯୋଜନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ଉପଲବ୍ଧ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସ୍ୱାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ କରିବେ ।

Comments are closed.