ମୁଖ୍ୟ ଶାସନ ସଚିବଙ୍କର ଯାଜପୁର ଜିଲ୍ଲା ଗସ୍ତ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ନିରୀକ୍ଷଣ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯାଜପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣକରିବା ସହ ପ୍ରକଳ୍ପଗୁଡ଼ିକର ବିଭିନ୍ନ ପର୍ଯ୍ୟାୟ କାମ ଏବଂ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟ ସୀମା ନିର୍ଦ୍ଧାରଣ କରିଛନ୍ତି ।

ଜିଲ୍ଲାରେ ପହଞ୍ଚିବା ପରେ ପରେ ମୁଖ୍ୟ ଶାସନ ସଚିବ ମହାପାତ୍ର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧନ ସଂପ୍ରସାରଣ ବ୍ଲକର ଅଗ୍ରଗତି କାର୍ଯ୍ୟ ପରିଦର୍ଶନ କରିଥିଲେ । କାର୍ଯ୍ୟାନ୍ଵୟନ ତ୍ବରାନ୍ବିତ କରି ୨୦୨୨ ଅଗଷ୍ଟମାସ ଶେଷସୁଦ୍ଧା କାର୍ଯ୍ୟପୂର୍ଣ୍ଣାଙ୍ଗ ପୂର୍ବକ ରୋଗୀ ସେବାରେ ନିୟୋଜିତ କରିବା ପାଇଁ ନିର୍ମାଣକାରୀ ସଂସ୍ଥା ଏବଂ ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପରେପରେ ମହାପାତ୍ର ନିର୍ମାଣାଧାନ ଯାଜପୁର ମେଡିକାଲ କଲେଜ , ଇନ୍‌ଡୋର ସ୍ପୋର୍ଟସ୍ କଂପ୍ଲେକ୍ , ମା ‘ ବିରଜା ମନ୍ଦିର ଚତୁପାର୍ଶ୍ଵ ଉନ୍ନୟନ ପ୍ରକଳ୍ପ ଏବଂ ବିରଜା ହାଇସ୍କୁଲ ରୂପାନ୍ତରଣ ପ୍ରକଳ୍ପ ଆଦି ପରିଦର୍ଶନ କରି ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଥିଲେ ।

ପ୍ରାୟ ୪୨୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଥିବା ଏହି ମେଡିକାଲ କଲେଜର କାର୍ଯ୍ୟ ୨୦୨୩ ମସିହା ଜୁନ୍ ମଧ୍ୟରେ ସାରିବା ପାଇଁ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ସେହିପରି ପ୍ରାୟ ୧୪ ,୪୦ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ ଇନ୍‌ଡୋର ସ୍ପୋର୍ଟସ୍ କଂପ୍ଲେକ୍ସ , ଏବଂ ୬.୫ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ ମା ବିରଜା ମନ୍ଦିର ଚତୁଃପାର୍ଶ୍ବ ଉନ୍ନୟନ କାର୍ଯ୍ୟ ୨୦୨୨ ମାର୍ଚ୍ଚ ସୁଦ୍ଧା ସାରିବା ପାଇଁ ସମୟ ସୀମା ନିର୍ଦ୍ଧାରଣ କରିଥିଲେ ।

ଏହି ଗସ୍ତକାଳରେ ଶ୍ରୀ ମହାପାତ୍ର ବିରଜା ଉଚ୍ଚ ଇଂରାଜୀ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପର ଅଗ୍ରଗତି ନିରୀକ୍ଷଣ କରିଥିଲେ । ବିଦ୍ୟାଳୟର ସ୍ମାର୍ଟ କ୍ଲାସ୍ ରୁମ୍ , ଇ – ଲାଇବ୍ରେରୀ , ବିଜ୍ଞାନ ପରୀକ୍ଷାଗାର ଆଦି ପରିଦର୍ଶନ କରି ଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲେ ।

Comments are closed.