ଆଜି ସଂଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ | News Room Odisha

ଆଜି ସଂଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର- ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୫ଟାରେ ବସିବ କ୍ୟାବିନେଟ ବୈଠକ । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ପଂଚାୟତ ନିର୍ବାଚନ ଲାଗି ତାରିଖ ଘୋଷଣା ହେବାକୁ ଥିବାରୁ ଆଜିର କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହାଇଲେବଲ କ୍ଲିୟରାନସ ଅଥୋରିଟି –ଏଚଏଲସିଏ ବୈଠକ ବସି କିଛି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।