ରାଜ୍ୟରେ ଆଉ ୧୫୫ କୋରୋନା ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୧୫୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୧୫୫ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୯୧ ଓ ସ୍ଥାନୀୟ ଅଂଚଳରୁ ୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କର ୩୨ ଜଣ ଅଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪, ସମ୍ବଲପୁର ଜିଲ୍ଲାରୁ ୧୦, କଟକରୁ ୮, ଦେବଗଡରୁ ୭, ଗଞ୍ଜାମରୁ ୪, ଯାଜପୁରରୁ ୪, ଝାରସୁଗୁଡାରୁ ୪, ସୁନ୍ଦରଗଡରୁ ୩, କେନ୍ଦ୍ରାପଡାରୁ ୨, ଅନୁଗୁଳରୁ ୧, ବାଲେଶ୍ୱରରୁ ୧, ଢେଙ୍କାନାଳରୁ ୧, କଳାହାଣ୍ଡିରୁ ୧, ମୟୂରଭଞ୍ଜରୁ ୧, ପୁରୀରୁ ୧, ରାୟଗଡାରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୩ଟି ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ ଷ୍ଟେଟ ପୁଲରୁ ଚିହ୍ନଟ ହୋଇଛନ୍ତି ୨୦ ଆକ୍ରାନ୍ତ ।

ରାଜ୍ୟରେ ଏ ଯାଏଁ ମୋଟ ୧୦ ଲକ୍ଷ ୫୩ ହଜାର ୫୦୪ ଲୋକ କୋରୋନା ସଂକ୍ରମିତ ହୋଇସାରିଛନ୍ତି । ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୩ ହଜାର ୨୧୯ ଲୋକ କୋରୋନାକୁ ମାତ୍ ଦେଇଛନ୍ତି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ରହିଛି ୧ ହଜାର ୭୮୪ ।

COVID-19