ଆଜି କ୍ୟାବିନେଟ, ୧୦ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର | News Room Odisha

ଆଜି କ୍ୟାବିନେଟ, ୧୦ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର – ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି । ଅନୁଦାନପ୍ରାପ୍ତ କଲେଜଗୁଡିକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ କରିବା ସମ୍ଭାବନା ରହିଛି । ଏହାଛଡା ଭେଟେନାରୀ କ୍ୟାଡର ପୁନର୍ଗଠନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିପାରେ ।