ରାଜ୍ୟରେ ବଢିବ ରାତି ତାପମାତ୍ରା ଜାଡରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ହ୍ରାସ ପାଇଛି । ଫଳରେ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ଦିନେ ଦୁଇ ଦିନ ମଧ୍ୟରେ ଏହା ଆହୁରି ବଢିପାରେ । ଦୁଇ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ଯାଏଁ ବଢିବ ତାପମାତ୍ରା । ପରବର୍ତ୍ତୀ ସମୟରେ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଶୀତଜନିତ ସତର୍କତାକୁ ମଧ୍ୟ ଉଠାଇ ଦିଆଯାଇଛି ।

Comments are closed.