ପରଲୋକରେ ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ

ଭୁବନେଶ୍ୱର – ଗଞ୍ଜାମର ପରିଚିତ ବରିଷ୍ଠ ରାଜନେତା ତଥା ରାଜ୍ୟର ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ ଆଉ ନାହାନ୍ତି । ୮୧ ବର୍ଷ ବୟସରେ ପୂର୍ବତନ ବିଧାୟକ ଓ ମନ୍ତ୍ରୀଙ୍କର ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ନେଇ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ରାମକୃଷ୍ଣ ପଟ୍ଟନାୟକ ।

ଗଞ୍ଜାମ ଜିଲ୍ଲା କୋଦଳାରୁ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଟିକେଟରେ ସେ ବିଭିନ୍ନ ସମୟର ନିର୍ବାଚିତ ହୋଇଥିଲେ । ୧୯୭୧ ମସିହାରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ପରେ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Comments are closed.