ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଟଳ ବିହାରୀ ବାଜପେୟୀ ଜଣେ ମହାନ ଦୂରଦର୍ଶୀ, ସର୍ବଶ୍ରେଷ୍ଠ ସାଂସଦ ଓ ପ୍ରବୀଣ ପଣ୍ଡିତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କର ବହୁମୁଖୀ ବ୍ୟକ୍ତିତ୍ୱ ସବୁ ପୀଢିକୁ ପ୍ରେରଣା ଯୋଗାଉଥିବ ବୋଲି ଶ୍ରଦ୍ଧାଞ୍ଜଳି ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.