ରାଜ୍ୟରେ ଆଉ ୧୨୪ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୨୪ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୭୫ ଓ ସ୍ଥାନୀୟ ଅଂଚଳରୁ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୭ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧, କଟକରୁ ୮, ବରଗଡରୁ ୬, ଝାରସୁଗୁଡାରୁ ୫, ଯାଜପୁରରୁ ୪, ବାଲେଶ୍ୱରରୁ ୩, ଭଦ୍ରକରୁ ୩, ଗଜପତିରୁ ୩, ଅନୁଗୁଳରୁ ୨, ଦେବଗଡରୁ ୨, ମୟୂରଭଞ୍ଜରୁ ୨, ନୂଆପଡାରୁ ୨, ପୁରୀରୁ ୨, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୨,ବଲାଙ୍ଗିରରୁ ୧, ଜଗତସିଂହପୁରରୁ ୧, କେନ୍ଦ୍ରାପଡାରୁ ୧, ନୟାଗଡରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ଟି ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବା ବେଳେ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ୧୩ ଆକ୍ରାନ୍ତ ।

ରାଜ୍ୟରେ ଏ ଯାଏଁ ୧୦ ଲକ୍ଷ ୫୩ ହଜାର ୭୬୯ ଲୋକ କୋରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪୩ ହଜାର ୬୦୧ । ୧ ହଜାର ୬୬୪ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.