ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ୟୁଏଇରୁ ଓଡିଶା ଫେରିଥିଲେ । ସେ ଓମିକ୍ରନ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ବୟସ ୩୧ ବର୍ଷ । ସେ କେନ୍ଦୁଝରର ବାସିନ୍ଦା ବୋଲି ସୂଚନା ମିଳିଛି । ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ରାଜ୍ୟରେ ଚିହ୍ନଟ ହୋଇଥିବା ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।