ମାଲକାନଗିରି ଜିଲ୍ଲା ପୋଟେରୁରେ ମହାମିଶ୍ରଣ ପର୍ବ, ବିଜେଡିରେ ସାମିଲ ହେଲେ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ

ମାଲକାନଗିରି – ପଂଚାୟତ ନିର୍ବାଚନ ପୂର୍ବରୁ ବିଜେଡିରେ ଅନ୍ୟ ଦଳର ନେତା ଓ କର୍ମୀ ସାମିଲ ହେବା ଜାରି ରହିଛି । ମାଲକାନଗିରି ଜିଲ୍ଲା ପୋଟେରୁରେ ଆୟୋଜିତ ମହାମିଶ୍ରଣ ପର୍ବରେ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଦଳରେ ବିଜେଡିରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ । ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ ଏଥିରେ ଉପସ୍ଥିତ ଥିଲେ । ଆଗାମୀ ପଂଚାୟତ ନିର୍ବାଚନରେ ବିଜେଡି ପ୍ରାର୍ଥୀମାନଙ୍କୁ ଜିତାଇବା ପାଇଁ ସମସ୍ତେ ସଂକଳ୍ପ ନେଇଛନ୍ତି । ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ପୂର୍ବତନ ବିଧାୟକ ମୁକୁନ୍ଦ ସୋଡି ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.