ରାଜ୍ୟରେ ନିୟମିତ ହେଲେ ୮ ହଜାର ୧୦୨ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର – ରାଜ୍ୟ ସରକାର ୮ ହଜାର ୧୦୨ ଜଣ କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିଛନ୍ତି । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ସୂଚନା ଦେଇଛନ୍ତି । ୨୦୧୫ ମସିହା ଜାନୁଆରୀରେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ଗଣଶିକ୍ଷା ବିଭାଗ ନିୟମିତ କରିଥିବା କହିଛନ୍ତି ବିଭାଗୀୟ ମନ୍ତ୍ରୀ । ୬ ବର୍ଷ ୧୍‌୧ ମାସ ପରେ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ଏହା ଭିତରେ ୪୦ ହଜାର ୫୨ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ୨୫୦ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି । ବାକି ବ୍ଲକର ଏ ବର୍ଷ ଆଦର୍ଶ ବିଦ୍ୟାଳୟ ଖୋଲିବ । ଚଳିତବର୍ଷ ଷଷ୍ଠ ଶ୍ରେଣୀରୁ ପାଠପଢା ଆରମ୍ଭ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ୧୧ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାରନ ବାହାରିଥିବା ମନ୍ତ୍ରୀ କହିଛନ୍ତି ।

Comments are closed.