ତ୍ରିସ୍ତରୀୟ ପଂଚାୟତ ନେଇ ଆସନ୍ତା ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର – ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବା ପାଇଁ କମିଶନ ପକ୍ଷରୁ ବୈଠକ ଡକାଯାଇଛି । ଆସନ୍ତା ୧୦ ତାରିଖ ଗୀତ ଗୋବିନ୍ଦ ସଦନ ସଭାଗୃହରେ ପୂର୍ବାହ୍ନ ସାଢେ ୧୧ଟାରେ ବୈଠକ ହେବ । ବୈଠକରେ କୋଭିଡ କଟକଣା ମଧ୍ୟରେ କିଭଳି ନିର୍ବାଚନ ହେବ ସେ ନେଇ ମୁଖ୍ୟତଃ ଆଲୋଚନା ହେବା ସମ୍ଭାବନା ରହିଛି । ବୈଠକ ପରେ କମିଶନ ପଂଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ।

Comments are closed.