ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ରାଜ୍ୟରେ ୩ କୋଟିରୁ ଅଧିକ ଭୋଟର

ଭୁବନେଶ୍ୱର- ରାଜ୍ୟର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ରାଜ୍ୟରେ ମୋଟ ୩ କୋଟି ୨୯ ଲକ୍ଷ ୮୩ ହଜାର ୬୪୩ ଭୋଟର ଅଛନ୍ତି । ଏମାନଙ୍କ ମଧ୍ୟରୁ ୧ କୋଟି ୬୭ ଲକ୍ଷ ୯୬ ହଜାର ୬୦୩ ଜଣ ପୁରୁଷ ଭୋଟର ରହିଥିବା ବେଳେ ୧ କୋଟି ୬୧ ଲକ୍ଷ ୮୩ ହଜାର ୮୩୫ ଜଣ ମହିଳା ଭୋଟର ଅଛନ୍ତି । ୩ ହଜାର ୨୫ ଜଣ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି । ୨୦୨୨ ମସିହା ପାଇଁ ରାଜ୍ୟରେ ଭୋଟର ତାଲିକାରେ ସଂକ୍ଷିପ୍ତ ସଂଶୋଧନ ହୋଇଥିଲା । ଗତବର୍ଷ ନଭେମ୍ବର ପହିଲାରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିଲା ।

ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ୩୭ ହଜାର ୬୦୬ଟି ବୁଥରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ସଂଶୋଧନ ବେଳେ ୧୯ ଲକ୍ଷ ୫୦ ହଜାର ୭୮୯ ଜଣ ନୂଆ ଭୋଟରଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି । ୩ ଲକ୍ଷ ୪୪ ହଜାର ୯୪୪ ଜଣ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି ।

Comments are closed.