ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ତିନି ଦିନ ବର୍ଷା, ୧୧ ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | News Room Odisha

ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ତିନି ଦିନ ବର୍ଷା, ୧୧ ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର- ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ୩ ଦିନ ଧର ବର୍ଷା ହେବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ ଜାନୁଆରୀ ୧୧ରୁ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ କୁଆପଥର ବୃଷ୍ଟି ହେବା ସମ୍ଭାବନା ରହିଛି । ୧୧ ତାରିଖ ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର,ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଜାନୁଆରୀ ୧୨ ତାରିଖରେ ବି ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ରୁ ୧୪ ତାରିଖ ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୃଷି ଓ ଉଦ୍ୟାନ କୃଷି ଫସଲର କ୍ଷୟକ୍ଷତି ଆଶଙ୍କା କରିଛି ପାଣିପାଗ ବିଭାଗ ।