ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ | News Room Odisha

ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ୫ ଥର ବିଧାୟକ ହୋଇଥିଲେ ଓ ୩ ଥର ମନ୍ତ୍ରୀ ଥିଲେ । ତାଙ୍କ ମୃତ୍ୟୁରେ ନୂଆପଡା ଜିଲ୍ଲା ଖଡିଆଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ନିଜ ଅଂଚଳର ବିକାଶ ତଥା ଆଦିବାସୀଙ୍କ କଲ୍ୟାଣ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।