ବିଶ୍ୱ ରେକର୍ଡ କରିଥିବା କମଳାକାନ୍ତଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡିଶାର ପାରା ଆଥଲେଟ କମଳାକାନ୍ତ ନାୟକ ୨୪ ଘଣ୍ଟାରେ ମାନ୍ୟୁଏଲ ହ୍ୱିଲଚେୟାରରେ ସର୍ବାଧିକ ଦୂରତା ଅତିକ୍ରମ କରି ଗିନିଜ୍ ବୁକ୍ ଅଫ ୱାର୍ଲଡ ରେକର୍ଡସେ ସ୍ଥାନ ପାଇଛନ୍ତି । ତାଙ୍କର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସବୁ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ କମଳାକାନ୍ତଙ୍କ ଲଢୁଆ ମନୋବୃତ୍ତି ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କମଳାକାନ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.