ପ୍ରାର୍ଥିପତ୍ର ଦାଖଲର ପ୍ରଥମ ଦିନରେ ମୋଟ୮ ହଜାର ୭୭୨ ପ୍ରାର୍ଥୀ କଲେ ନାମାଙ୍କନ

ଭୁବନେଶ୍ୱର – ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ପ୍ରଥମ ଦିନରେ ମୋଟ ୮ ହଜାର ୭୭୨ ପ୍ରାର୍ଥୀ ନାମାଙ୍କନ କରିଛନ୍ତି । ୭ ହଜାର ୧୧୬ ଜଣ ୱାର୍ଡ ମେମ୍ବର ପ୍ରାର୍ଥୀ, ୧ ହଜାର ୧୨୨ ସରପଂଚ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସମିତି ସଭ୍ୟ ପାଇଁ ୫୧୨ ଓ ଜିଲ୍ଲା ପରିଷଦ ପାଇଁ ୨୨ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ରାଜ୍ୟ ନିର୍ବାଚନ ଆୟୋଗ ସଚିବ ସୂଚନା ଦେଇଛନ୍ତି ।

ଆଜିଠାରୁ ପଂଚାୟତ ନିର୍ବାଚନ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ୨୧ ତାରିଖ ଅପରାହ୍ନ ୩ଟା ଯାଏଁ ଚାଲିବ । ୨୨ ତାରିଖରେ ପ୍ରାର୍ଥିପତ୍ରଗୁଡିକର ଯାଂଚ ହେବ । ୨୫ ତାରିଖରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।

Comments are closed.