ଜୟନ୍ତୀରେ ପାର୍ବତୀ ଗିରିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ଜୟନ୍ତୀରେ ପାର୍ବତୀ ଗିରିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶର ଅଖଣ୍ଡତା ସହ ସମାଜର ଗରିବ ଓ ଅସହାୟଙ୍କ କଲ୍ୟାଣ ଏବଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ପାର୍ବତୀ ଗିରିଙ୍କ ଅବଦାନ ସର୍ବଦା ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।