ରାଜ୍ୟରେ ଆଜିଠାରୁ ଚାରି ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର-ଆଜିଠାରୁ ଚାରି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୩ ଓ ୨୪ ତାରିଖରେ ବର୍ଷା ପରିମାଣ ବଢିବା ସମ୍ଭାବନା ରହିଛି ।

Comments are closed.