ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସଂକେତ

ଭୁବନେଶ୍ୱର- ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହୋଇପାରେ ବୋଲି ସଂକେତ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିବାକୁ ପରାମର୍ଶ ଦିଆଯାଇଛି । ସେ କହିଛନ୍ତି ଯେ,ରାଜ୍ୟରେ କୋରୋନା ସଂକ୍ରମଣ ଏବେ କମିବାରେ ଲାଗିଛି । ତେଣୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଠିକ୍ ସମୟରେ କରିବାକୁ ଆମର ଆଗ୍ରହ ରହିବ । ବିଶେଷ ପରିସ୍ଥିତିରେ ହିଁ ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇପାରେ ବୋଲି ସେ କହିଛନ୍ତି । କିନ୍ତୁ ଆଜିର ସ୍ଥିତି ଦେଖିଲେ ପରୀକ୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିବା ଦରକାର ବୋଲି ମନ୍ତ୍ରୀ କହିଛନ୍ତି । କୋରୋନା ସଂକ୍ରମଣ ବଢିବା ଯୋଗୁଁ ଚଳିତମାସ ପ୍ରଥମ ସପ୍ତାହରେ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକୁ ବନ୍ଦ କରିଦିଆଯାଇଥିଲା । କିନ୍ତୁ ଅନଲାଇନରେ ପାଠପଢା ଜାରି ରହିଛି ।

Comments are closed.