ରାଜ୍ୟର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୫ ଓମିକ୍ରନ ଆକ୍ରାନ୍ତ । ଏଥିସହ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନସ୍ ପକ୍ଷରୁ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ସଂପର୍କରେ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇ ଦିଆଯାଇଛି । ତେବେ, ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ କେଉଁଠୁ ଫେରିଥିଲେ ଓ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ କିଛି ବିସ୍ତୃତ ସୂଚନା ମିଳିପାରି ନାହିଁ ।

Comments are closed.