ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର -ଆଜି ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ । ରାଜ୍ୟବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମହାନ ରାଷ୍ଟ୍ର ପାଇଁ ପ୍ରାଣବଳି ଦେଇଥିବା ସ୍ୱାଧୀନତା ସଂଗ୍ରାମୀାନଙ୍କୁ ମନେ ପକାଇବା ସହ ସମ୍ବିଧାନରେ ସ୍ଥାନ ପାଇଥିବା ସେମାନଙ୍କ ନୀତି ଓ ଆଦର୍ଶ ଅନୁସରଣ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।