‘ଶ୍ରୀସେତୁ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ – ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ସ୍ୱରୂପ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏକାଧିକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ କାର୍ଯ୍ୟ ମଧ୍ୟରୁ ‘ଶ୍ରୀସେତୁ’ ନିର୍ମାଣ କାମ ବି ଜାରି ରହିଛି । ଆଜି ପୁରୀ ଯାଇ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ତାଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଂଶବିଶେଷ ଶ୍ରୀସେତୁ ମାଳତୀପାଟପୁରରୁ ବଡଦାଣ୍ଡକୁ ସଂଯୋଗ କରିବ । ଏଥିପାଇଁ ୧୯୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା ।

Comments are closed.