ରାଜ୍ୟରେ ଆଉ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୫, ଗଞ୍ଜାମରୁ ୩, ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୫୯୪କୁ ବୃଦ୍ଧି ପାଇଛି । ରାଜ୍ୟରେ ଗତ କିଛି ଦିନ ହେବ କୋରୋନା ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ପୁଣି ବଢିବା ଚିନ୍ତାର ବିଷୟ ହୋଇଛି ।

Comments are closed.