କୋରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ | News Room Odisha

କୋରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣର ଗ୍ରାଫ ନିମ୍ନଗାମୀ ହୋଇଥିବା ବେଳେ ଗତକିଛି ଦିନ ମଧ୍ୟରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଅଡିଟ୍ ପ୍ରୋସେସ ପରେ କୋରୋନାରେ ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଭୁବନେଶ୍ୱରରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ୩, ଯାଜପୁରରେ ୩ ଓ ଜଗତସିଂହପୁର ଜିଲ୍ଲାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଭଦ୍ରକ, କଟକ, ଢେଙ୍କାନାଳ, କେନ୍ଦୁଝର, ପୁରୀ ଓ ନୟାଗଡରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୬୧୨କୁ ବୃଦ୍ଧି ପାଇଛି ।