ରାଜ୍ୟରେ ଆଉ ୧୭ କୋରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର – ରାଜ୍ୟରେ କୋରୋନାରେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୧୨ ପୁରୁଷ ରହିଛନ୍ତି। ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୬୨୯କୁ ବୃଦ୍ଧି ପାଇଛି। ଗତ କିଛି ଦିନ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଅନୁଗୁଳ,ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ମାଲକାନଗିରି ଓ ରାୟଗଡାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି।

Comments are closed.