ପାଗରେ ପରିବର୍ତ୍ତନ, ରାଜ୍ୟରେ ଆଜିଠୁ ଦୁଇ ଦିନ ବର୍ଷିବ

ଭୁବନେଶ୍ୱର- ଆଜିଠୁ ରାଜ୍ୟରେ ପାଗରେ ହେବ ପରିବର୍ତ୍ତନ । ଆଜି ଓ ଆସନ୍ତାକାଲି ଦୁଇ ଦିନ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ପଶ୍ଚିମା ଝଡ ଆଗମନ ତଥା ବଙ୍ଗୋପସାଗରରୁ ରାଜ୍ୟ ଆଡକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ମ ଜଳୀୟବାଷ୍ପ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବି ପଡିପାରେ । ୨୪ ଘଣ୍ଟା ମଧ୍ୟରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ,ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର,କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି ।

ବର୍ଷା ପ୍ରଭାବରେ ପରିବା ଓ ଉଦ୍ୟାନ କୃଷି ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି ।

Comments are closed.