ମୋହନାର ପୂର୍ବତନ ବିଧାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- ମୋହନା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିର ରାଜା ସାହେବ ତଥା ମୋହନାରୁ ତିନି ଥର ବିଧାୟକ ନିର୍ବାଚିତ ହୋଇଥିବା ଉଦୟ ନାରାୟଣ ଦେବଙ୍କ ଭୁବନେଶ୍ୱରରେ ମୃତ୍ୟୁ ହୋଇଯାଇଛି । ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।

Comments are closed.