ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମୁଖ୍ୟଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର- ଆଉ ଜଣେ କଳାଧନ କୁବେର ଗିରଫ । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମୁଖ୍ୟଯନ୍ତ୍ରୀ ରବିନାରାୟଣ ପୃଷ୍ଟିଙ୍କୁ ଗିରଫ କରାଯାଇଛି । ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଗତକାଲି ତାଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ । ଚଢାଉ ପରେ ୩ଟି ଫ୍ଲାଟ, ୩ଟି ପ୍ଲଟ ଓ ୩୫୫ ଗ୍ରାମ ସୁନାଗହଣା ଠାବ କରାଯାଇଛି । ମୁଖ୍ୟଯନ୍ତ୍ରୀଙ୍କ ଭୁବନେଶ୍ୱର ଘର, ଗଞ୍ଜାମ ସ୍ଥ୍‌ିତ ପୈତୃକ ଘର ଓ ଅଫିସ ସମେତ ୭ଟି ଜାଗାରେ ଏକକାଳୀନ ଚଢାଉ କରିଥିଲା ଭିଜିଲାନ୍ସ ।

Comments are closed.