ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଆଉ ୨୨ ମୃତ

ଭୁବନେଶ୍ୱର – ରାଜ୍ୟରେ କୋରୋନା ସଂକ୍ରମଣରେ ଆଉ ୨୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱର ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱରରୁ ୪ ଜଣ ସମେତ ଖୋର୍ଦ୍ଧା ଜିଲ୍ଲାରୁ ମୋଟ ୭, କଟକ ଜିଲ୍ଲାରୁ ୩, ସୁନ୍ଦରଗଡରୁ ୩, କେନ୍ଦୁଝରର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବାଲେଶ୍ୱର, ଗଞ୍ଜାମ, ବୌଦ୍ଧ, ଜଗତସିଂହପୁର, ନୟାଗଡ, ନବରଙ୍ଗପୁର ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୭୭୧କୁ ବୃଦ୍ଧି ପାଇଛି ।

Comments are closed.