ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା | News Room Odisha

ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା

ପୁରୀ- ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଆସନ୍ତା ମାଘ ସପ୍ତମୀ ଉପଲକ୍ଷେ ଭିଡକୁ ଏଡାଇବା ପାଇଁ ଏହି କଟକଣା ଜାରି କରିଛି ପ୍ରଶାସନ । ଆସନ୍ତାକାଲି ଅପରାହ୍ନ ୪ଟାରୁ ୭ ତାରିଖ ସକାଳ ୯ଟା ଯାଏଁ ନୀତିକାନ୍ତି ଶେଷ ହେବା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ।