ରାଜ୍ୟରେ ଆଉ ୨୦ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାର ଦୈନିକ ସଂକ୍ରମଣ ଦ୍ରୁତଗତିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କରେ ହିଁ ରହୁଛି । ଆଉ ୨୦ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬, କଳାହାଣ୍ଡିରୁ ୪ ଓ କଟକରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନୟାଗଡ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା ବେଳେ ରାୟଗଡା, କେନ୍ଦ୍ରାପଡା ଓ ଯାଜପୁରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୭୪୫କୁ ବୃଦ୍ଧି ପାଇଛି ।

Comments are closed.