ରାଜ୍ୟରେ ଆଉ ୨୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାର ଦୈନିକ ସଂକ୍ରମଣ ତଳକୁ ଖସିଥିଲେ ମଧ୍ୟ ମୃତ୍ୟୁ ହାରରେ ବ୍ରେକ ଲାଗୁନି । ଆଉ ୨୨ଜଣ ମହାମାରୀରେ ପ୍ରାଣ ହରାଇଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱରରେ ୧୧ ଜଣଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରେ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, ମୟୂରଭଞ୍ଜ ଓ ସୁନ୍ଦରଗଡରେ ଜଣେ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୭୯୭କୁ ବୃଦ୍ଧି ପାଇଛି ।

Comments are closed.