୧୯ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ କରିବେ ସ୍ୱାଗତ | News Room Odisha

୧୯ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ କରିବେ ସ୍ୱାଗତ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୦ ତାରିଖରେ ସକାଳ ୧୦.୪୦ରେ ପୁରୀସ୍ଥିତ ଗୌଡିଆ ମିସନ ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି କୋବିନ୍ଦ । ଆସନ୍ତାକାଲି ମଧ୍ୟାହ୍ନ ୧୨.୨୫ ମିନିଟରେ ଦିଲ୍ଲୀ ବିମାନ ବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ବାହାରିବେ ରାଷ୍ଟ୍ରପତି। ଭୁବନେଶ୍ୱର ବିମାନ ବନ୍ଦରରେ ୨.୨୫ରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦରରେ ରା‌ଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ ।