କାଲି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ | News Room Odisha

କାଲି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ

ଭୁବନେଶ୍ୱର- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ ହେବ। ଏହି ପର୍ଯ୍ୟାୟରେ ୧୭୧ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ ଭୋଟ୍ ଗ୍ରହଣ ହେବ । ୧୩ ଶହ ୮୨ଟି ପଂଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ବି ଭୋଟ ଗ୍ରହଣ ହେବ । ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଶୁକ୍ରବାର ସଂଧ୍ୟାରେ ପ୍ରଚାର ଶେଷ ହୋଇଛି ।

ରାଜ୍ୟ ନିର୍ବାଚନ କମିଶନ ସଚିବ ରବୀନ୍ଦ୍ର ନାଥ ସାହୁ ସୂଚନା ଦେଇ ଛନ୍ତି ଯେ, ରବିବାର ୨୯ ଜିଲ୍ଲାର ୬୩ ବ୍ଲକରେ ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ହେବ ମତଦାନ । ଏହି ପର୍ଯ୍ୟାୟରେ ୬୭୯ ପ୍ରାର୍ଥୀ ଅଛନ୍ତି। ୧୮ ହଜାର ୪୯୫ ୱାର୍ଡ ରହିଛି। ୨୭୭୩ ବୁଥ ସମ୍ବେଦନଶୀଳ ଚିହ୍ନଟ ହୋଇଛି । ତୃତୀୟ ପର୍ଯ୍ୟାୟରେ ୫୬ ଲକ୍ଷ ୫୩ ହଜାର ୪୦୫ ଭୋଟର ମତାଧିକାର ସାବ୍ୟସ୍ତ କରିବେ ।

ଦ୍ଵିତୀୟ ପର୍ଯ୍ୟାୟରେ ୧୩ଟି ବୁଥରେ ପୁନଃ ମତଦାନ ପାଇଁ ପ୍ରସ୍ତାବ ଆସିଛି। ଦୁଇଟି ବୁଥରୁ ବାଲାଟ ତ୍ରୁଟି ନେଇ ରିପୋର୍ଟ ଆସିଛି। ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ପୁନଃ ମତଦାନ ନେଇ ପ୍ରସ୍ତାବ ଆସିଛି ବୋଲି ସେ ସୂଚନା ଦେଇଛନ୍ତି ।