ଓଡ଼ିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ | News Room Odisha

ଓଡ଼ିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିଥିଲେ । ଏହି ଅବସରରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ ଡିଜି ସୁନୀଲ ବଂଶଲ ଓ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ ।

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ହେଲିକପ୍ଟର୍ ଯୋଗେ ପୁରୀ ଅଭିମୁଖେ ସେ ଯାତ୍ରା କରିଛନ୍ତି । ପରେ ସଂଧ୍ୟାରେ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଆସନ୍ତାକାଲି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିଠାରେ ଆୟୋଜିତ ଗୌଡୀୟ ମିସନରେ ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀର ତୃତୀୟ ବାର୍ଷିକୀ ପାଳନ ଶୁଭାରମ୍ଭ ଉତ୍ସବରେ ଯୋଗଦେବେ।