ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା | News Room Odisha

ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିସଂଘର ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ତଥା କଣ୍ଟ୍ରି ଡିରେକ୍ଟର ବିଶ୍ଵ ପାରଜୁଲିଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାରେ ସତତ ବିକାଶ ଲକ୍ଷ୍ୟ ପୂରଣ ପାଇଁ ଚାଲିଥିବା ଉଦ୍ୟମ ସଂପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଆଲୋଚନା ଫଳପ୍ରଦ ରହିଛି ଓ ରାଜ୍ୟରେ ଦାରିଦ୍ର୍ୟ ଦୂରୀକରଣ ଏବଂ ସାମଗ୍ରିକ ଅଭିବୃଦ୍ଧି ହାସଲ ପାଇଁ ଜାତିସଂଘ ସହଯୋଗ ରେ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।