ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ | News Room Odisha

ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ

ଭୁବନେଶ୍ୱର- ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ ସୂଚନା ଦେଇଛନ୍ତି ।

ପାଢ଼ୀ କହିଛନ୍ତି ଯେ, ଅନ୍ୟାନ୍ୟ ସ୍ଥାନ ବ୍ୟତୀତ ମାଲକାନଗିରି ଜିଲ୍ଳାର ମାଥିଲି ଓ ପଡିଆ ବ୍ଲକ, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମାଓ ପ୍ରବଣ ସ୍ଥାନ ହୋଇଥିଲେ ମଧ୍ୟ ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି। ବିଶେଷ ଭାବରେ ମାଲକାନଗିରି ଜିଲ୍ଲାରେ ଗତ ୨ ପର୍ଯ୍ୟାୟ ଭଳି ଏ ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ବେଶ ଉତ୍ସାହଜନକ ହୋଇଛି।

ମତଦାନ ବେଳେ ବିଞ୍ଝାରପୁରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ କମିଶନ ନିନ୍ଦା କରିଛନ୍ତି । ଦୋଷୀଙ୍କୁ ଗିରଫ କରିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଓ ଯାଜପୁର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ନିର୍ବାଚନ କମିଶନର କହିଛନ୍ତି ।