କରୋନା ଅପଡେଟ୍: ୨୪ ଘଣ୍ଟାରେ ଦେଶରେ ୧୩,୪୦୫ ନୂଆ ମାମଲା, ୬୭୩ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୩,୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭୩ ଜଣଙ୍କର ମୃତ୍ୟୁ ହୋଇଛି। ଗତକାଲି ୧୯ ହଜାର ୯୬୮ ମାମଲା ପଞ୍ଜିକୃତ ହୋଇଥିଲା। ଅର୍ଥାତ୍ ଗତକାଲି ତୁଳନାରେ ଆଜି ମାମଲା ୧୬ ପ୍ରତିଶତ ହ୍ରାସ ପାଇଛି। ଦିନକରେ ଦେଶରେ ୩୭ ହଜାର ୯୦୧ ଲୋକ ଆରୋଗ୍ୟ ଲାଭ କରିଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ପ୍ରକାଶିତ ତଥ୍ୟ ଅନୁଯାୟୀ ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧ ଲକ୍ଷ ୮୧ ହଜାର ୭୫ କୁ ହ୍ରାସ ପାଇଛି। ଅନ୍ୟପକ୍ଷରେ ଏହି ମହାମାରୀ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୩୪୪ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୧ ଲକ୍ଷ ୫୮ ହଜାର ୧୦ ଲୋକ ସୁସ୍ଥ ହୋଇଛନ୍ତି।

ଦେଶବ୍ୟାପୀ ଟିକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ପ୍ରାୟ ୧୭୫ କୋଟି ଡୋଜ୍ ଟିକା ଦିଆଯାଇଛି। ଗତକାଲି ୩୫ ଲକ୍ଷ ୫୦ ହଜାର ୮୬୮ ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ ୧୭୫ କୋଟି ୮୩ ଲକ୍ଷ ୨୭ ହଜାର ୪୪୧ ଡୋଜ ଟିକା ଦିଆଯାଇଛି।

Comments are closed.