ରାଜ୍ୟରେ ୪୨୮ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ଆଉ ୪୨୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୪୨୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୬ ଜଣ ଅଛନ୍ତି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ହଜାର ୨୯୭କୁ ବୃଦ୍ଧି ପାଇଛି। ୪ ହଜାର ୯୫୫ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ କରୋନାରେ ଆଉ ୧୦ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୬ ଜଣ ଅଛନ୍ତି। ସେହିପରି ବାଲେଶ୍ୱରରୁ ୨, ଖୋର୍ଦ୍ଧା ଓ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯ ହଜାର ୩୬କୁ ବୃଦ୍ଧି ପାଇଛି।

Comments are closed.