ରାଜ୍ୟରେ ୨୫ ତାରିଖରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସବୁ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ହ୍ରାସ ପାଇଛି ।

ଆସନ୍ତା ୩ ଦିନ ପାଗ ଶୁଖିଲା ରହିବ। ୨୫ ତାରିଖ ଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆସନ୍ତା ୨୫ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ ୨୬ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ।

Comments are closed.